ଆଞ୍ଚଲିକ

ପୁଣି ଭିଜିବ ଓଡିଶା: ଆସନ୍ତା ୩ ଦିନ ଯାଏଁ ରାଜ୍ୟରେ ବର୍ଷା

ଭୁବନେଶ୍ୱର,୯/୧: ପୁଣି ଭିଜିବ ଓଡିଶା। ଆସନ୍ତା ତିନି ଦିନ ଯାଏଁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ଉପକୂଳ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ୱଳ୍ପ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ସେହିପରି ଗୁରୁବାର କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ସୋନପୁରରେ ବର୍ଷା ହେବାର ସମ୍ଭାବନା ରହିଛି। ବୌଦ୍ଧ, ଅନୁଗୁଳ ଓ ଢ଼େଙ୍କାନାଳରେ ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଶୁକ୍ରବାର ଉପକୂଳ ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପ ବର୍ଷା ହେବାର ଆଶଙ୍କା ରହିଛି। ଅନ୍ୟପଟେ ସମଗ୍ର ଓଡ଼ିଶାରେ ଶୀତର ପ୍ରକୋପ ଟିକେ୍ କମିଛି। ତାପମାତ୍ରା ୧୧ରୁ ୧୭ଡିଗ୍ରୀ ଭିତରେ ରହିଛି। ତେବେ ବର୍ଷା ପରେ ପୁଣି ଶୀତର ପ୍ରକୋପ ବଢ଼ିବ। ରାତିର ତାପମାତ୍ରା ୩ରୁ ୪ଡିଗ୍ରୀ ହ୍ରାସ ପାଇବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

Show More

Related Articles

Leave a Reply

Your email address will not be published. Required fields are marked *

Close
Close