ଆଞ୍ଚଲିକ

ବଦଳିବ ଭୁବନେଶ୍ୱର ରେଳ ଷ୍ଟେସନର ରୂପ

ଭୁବନେଶ୍ୱର,୧୯/୯: ଭୁବନେଶ୍ୱର ରେଳ ଷ୍ଟେସନ ଉନ୍ନତିକରଣ ପାଇଁ ରେଲୱେ ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଏମଓୟୁ ସ୍ୱାକ୍ଷରିତ ହୋଇଛି। ଏମଓୟୁ ସ୍ୱାକ୍ଷରିତ ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଦୁଇ କେନ୍ଦ୍ରମନ୍ତ୍ରୀ ତଥା ପୀୟୂଷ ଗୋୟଲ, ଧର୍ମେନ୍ଦ୍ର ପ୍ରଧାନ ଭିସିରେ ଥିଲେ। ଏମଓୟୁ ସ୍ୱାକ୍ଷରିତ ହେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତିକ୍ରିୟା ରଖିଛନ୍ତି। ଭୁବନେଶ୍ୱର ରେଳ ଷ୍ଟେସନ ବିଶ୍ୱସ୍ତରୀୟ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଷ୍ଟେସନକୁ ମଲ୍ଟିମଡ଼େଲ ହବ୍ କରାଯିବା। ଏଥିସହ ଭିତ୍ତିଭୂମି ବିକାଶ ପାଇଁ ୧୩୦କୋଟି ଖର୍ଚ୍ଚ ହେବ ବୋଲି ଆକଳନ ହୋଇଛି। ରେଲୱେ ୭୦କୋଟି ଏବଂ ରାଜ୍ୟ ସରକାରର ୬୦କୋଟି ଟଙ୍କା ଖର୍ଚ୍ଚ କରିବେ ବୋଲି ସୂଚନା ରହିଛି।

Show More

Related Articles

Leave a Reply

Your email address will not be published. Required fields are marked *

Close
Close