ଦେଶ ବିଦେଶ

ବାଜପେୟୀଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ: ଶ୍ରଦ୍ଧାଞ୍ଜଳି ଦେଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୬/୮: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ବିଜେପିର ପ୍ରତିଷ୍ଠାତା ସଦସ୍ୟ ସ୍ବର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ଆଜି ହେଉଛି ପ୍ରଥମ ଶ୍ରାଦ୍ଧ ବାର୍ଷିକୀ। ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ସ୍ବର୍ଗତ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ସେହିପରି ନୂଆଦିଲ୍ଲୀସ୍ଥିତ ଅଟଳ ସ୍ମୁତିପୀଠରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା, ବିଜେପି କାର୍ଯ୍ୟକାରୀ ଅଧ୍ୟକ୍ଷ ଜେପି ନଡ୍ଡା ବାଜପେୟୀଙ୍କ ସ୍ମୁତିପୀଠରେ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ଏଥିସହ ଝିଅ ନମିତା କାଉଲ ଭଟ୍ଟାଚାର୍ଯ୍ୟ ଓ ନାତୁଣୀ ନିହାରୀକା ମଧ୍ୟ ‘ସଦୈବ ଅଟଳ’ସ୍ଥଳକୁ ପହଞ୍ଚି ଶ୍ରଦ୍ଧାଞ୍ଜଳି ଦେଇଛନ୍ତି।

Show More

Related Articles

Leave a Reply

Your email address will not be published. Required fields are marked *

Close
Close