ଦେଶ ବିଦେଶ

ବିବାହମଣ୍ଡପରେ ଆତ୍ମଘାତୀ ବିସ୍ଫୋରଣ: ୪୦ ମୃତ

କାବୁଲ୍‌,୧୮/୮: ଆଫ୍‌ଗାନିସ୍ତାନ ରାଜଧାନୀ କାବୁଲ୍‌ର ଏକ ମଣ୍ଡପରେ ବାହାଘର ଚାଲିଥିବାବେଳେ ଆତ୍ମଘାତୀ ବିସ୍ଫୋରଣ ଘଟିଛି। ଏଥିରେ ୪୦ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଶତାଧିକ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରୁ ଅନେକଙ୍କ ଅବସ୍ଥା ସଂକଟାପନ୍ନ ରହିଥିବାରୁ ମୃତ୍ୟୁସଂଖ୍ୟା ଆହୁରି ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି। ଶନିବାର ବିଳମ୍ବିତ ରାତିରେ ଏହି ବିସ୍ଫୋରଣ ହୋଇଥିଲା। ତେବେ ଏହା ଏକ ଆତ୍ମଘାତୀ ବିସ୍ଫୋରଣ ଥିଲା ବୋଲି ଆଫ୍‌ଗାନିସ୍ତାନ ସରକାରଙ୍କ ପକ୍ଷରୁ କୁହାଯାଇଛି। ସୂଚନା ଅନୁଯାୟୀ, ବିସ୍ଫୋରଣବେଳେ ବାହାଘର ମଣ୍ଡପରେ ବହୁତ ଭିଡ଼ ଥିଲା। ସଙ୍ଗୀତ ପରିବେଷଣ ପାଇଁ କରାଯାଇଥିବା ଷ୍ଟେଜ୍ ନିକଟରେ ଏହି ବିସ୍ଫୋରଣ ହୋଇଥିଲା। ଏହି ବିସ୍ଫୋରଣ ପାଇଁ କୌଣସି ଆତଙ୍କବାଦୀ ସଂଗଠନ ନିଜକୁ ଦାୟୀ କରି ନାହାନ୍ତି।

Show More

Related Articles

Leave a Reply

Your email address will not be published. Required fields are marked *

Close
Close