ଦେଶ ବିଦେଶ

ଅରୁଣ ଜେଟଲୀଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ

ନୂଆଦିଲ୍ଲୀ,୧୭/୮: ଗତ ୯ତାରିଖରୁ ଦିଲ୍ଲୀସ୍ଥିତ ଏମ୍ସରେ ଚିକିତ୍ସାଧୀନ ଥିବା ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କ ସ୍ୱାସ୍ଥ୍ୟାବସ୍ଥା ଅତ୍ୟନ୍ତ ଗୁରୁତର ହୋଇପଡ଼ିଛି। ଆଇସିୟୁରେ ଥିବା ଜେଟଲୀ ଶ୍ବାସକ୍ରିୟାଜନିତ ସମସ୍ୟାର ସମ୍ମୁଖୀନ ହୋଇଥିବାବେଳେ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଛି। ଆଜି ସକାଳେ କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂହ ଏବଂ ଗତକାଲି ରାତିରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏବଂ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ଏମ୍ସରେ ପହଞ୍ଚି ଜେଟଲୀଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଡାକ୍ତରଙ୍କଠାରୁ ପଚାରି ବୁଝିଛନ୍ତି। ପୂର୍ବରୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ସ୍ବରାଷ୍ଟ୍ର ବ୍ୟାପାର ରଷ୍ଟ୍ରମନ୍ତ୍ରୀ ଅଶ୍ବନୀ କୁମାର ଚୌବେ ଏମ୍ସରେ ଜେଟଲୀଙ୍କୁ ଭେଟିଥିଲେ।

Show More

Related Articles

Leave a Reply

Your email address will not be published. Required fields are marked *

Close
Close