ଦେଶ ବିଦେଶରାଜନିତୀ

କେନ୍ଦ୍ର ଗୃହମନ୍ତ୍ରୀଙ୍କୁ ଘାରିଛି ଗୃହଶତ୍ରୁଙ୍କ ଚିନ୍ତା

ଦିଲ୍ଲୀରେ ବୈଠକ: ମାଓ ମୁକାବିଲା ନେଇ ପ୍ରସ୍ତୁତ ହେଉଛି ରଣନୀତି

ନୂଆଦିଲ୍ଲୀ,୨୬/୮: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ଏବେ ଘାରିଛି ଗୃହଶତ୍ରୁଙ୍କ ଚିନ୍ତା। ବିଶ୍ୱ ଦରବାରରେ ଶକ୍ତିବୃଦ୍ଧି କରି ଚର୍ଚ୍ଚାରେ ଥିବା ଭାରତ ଏବେ ନକ୍ସଲ ମୁକାବିଲା ପାଇଁ ଅଣ୍ଟା ଭିଡ଼ିଛି। ଏ ନେଇ ଦିଲ୍ଲୀରେ ଗୃହମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ବୈଠକ ଆରମ୍ଭ ହୋଇଛି। ବୈଠକରେ ମାଓପ୍ରବଣ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ସାମିଲ ହୋଇଛନ୍ତି। ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ, ଗୃହ ମନ୍ତ୍ରାଳୟ ଗୁଇନ୍ଦା ବିଭାଗ ଏବଂ ଅର୍ଦ୍ଧ ସାମରିକ ବାହିନୀର ବରିଷ୍ଠ ଅଧିକାରୀମାନେ ବୈଠକରେ ଉପସ୍ଥିତ ଅଛନ୍ତି। ଏଥିରେ ନକ୍ସଲ ପ୍ରଭାବିତ ଓଡ଼ିଶା, ଛତିଶଗଡ଼, ଝାରଖଣ୍ଡ, ପଶ୍ଚିମବଙ୍ଗ, ବିହାର, ମହାରାଷ୍ଟ୍ର, ତେଲେଙ୍ଗାନା, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ ଏବଂ ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗଦେଇଥିବା ବେଳେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଯୋଗ ଦେଇନାହାନ୍ତି। ମାଓବାଦୀ ଦମନ ସମେତ ମାଓ ପ୍ରଭାବିତ ଅଞ୍ଚଳଗୁଡ଼ିକରେ ବିକାଶ କାର୍ଯ୍ୟ ତ୍ୱରାନ୍ୱିତ କରାଯିବା ଉପରେ ବୈଠକରେ ଆଲୋଚନା କରାଯାଇଛି। ମାଓବାଦୀଙ୍କ ଉପଦ୍ରବ ଅଧିକ ଥିବା ଅଞ୍ଚଳରେ କମ୍ବିଂ ଅପରେସନ ଜୋରଦାର କରାଯିବା ସହ ଆବଶ୍ୟକ ପୁଲିସ ଫୋର୍ସ ମୁତୟନ ପାଇଁ ଗୁରୁତ୍ୱ ଦିଆଯିବା ନେଇ ବୈଠକରେ ଆଲୋଚନା ହୋଇଛି। ସେହିଭଳି ନକ୍ସଲଙ୍କ ନିକଟକୁ ଆସୁଥିବା ଅର୍ଥକୁ ବନ୍ଦ କରିବା ସହ ମାଓବାଦୀଙ୍କ ଛାମୁଆ ସଂଗଠନ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ନେଇ ବୈଠକରେ ଆଲୋଚନା ହୋଇଛି।

Show More

Related Articles

Leave a Reply

Your email address will not be published. Required fields are marked *

Close
Close