ଅପରାଧଆଞ୍ଚଲିକ

ନାବାଳିକାକୁ ବଳାତ୍କାର ପରେ ହତ୍ୟା ଅଭିଯୋଗ: ଥାନା ସମ୍ମୁଖରେ ଉତ୍ତେଜନା

ଜଟଣୀ,୧୨/୪: ଖୋର୍ଦ୍ଧା ଜିଲ୍ଲା ଜଟଣୀ ଥାନା ଅନ୍ତର୍ଗତ ମୁଣ୍ଡିଆସାହିର ଗୋପବନ୍ଧୁନଗରରେ ଜନୈକା ୬ ବର୍ଷୀୟା ନାବାଳିକାକୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଘଟଣାକୁ ନେଇ ଜଟଣୀ ଥାନା ଆଗରେ ଉତ୍ତେଜନା ପ୍ରକାଶ ପାଇଛି। ସ୍ଥାନୀୟ ଲୋକେ ଘଟଣାରେ ସମ୍ପୃକ୍ତି ସନ୍ଦେହରେ ଜଣେ ଯୁବକକୁ ଧରି ନିସ୍ତୁକ ମାଡ଼ ମାରିବା ସହ ପୋଲିସ ଜିମାରେ ଦେଇଥିବା ସୂଚନା ମିଳିଛି। ଲୋକଙ୍କ ମାଡ଼ରେ ଯୁବକର ଅବସ୍ଥା ଗୁରୁତର ଥିବାରୁ ତାକୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବିରେ ଗାଁ ଲୋକେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି। ଅଭିଯୋଗ ଅନୁଯାୟୀ, ଗୁରୁବାର ରାତି ପ୍ରାୟ ୧୦ଟା ସମୟରେ ନାବାଳିକା ଜଣକ ଖେଳୁଥିବାବେଳେ ପରେ ସେ କୁଆଡ଼େ ଗାଏବ ହୋଇଯାଇଥିଲା। ପରିବାର ଲୋକେ ଚାରିଆଡ଼େ ଖୋଜାଖୋଜି କରି ମଧ୍ୟ ତାକୁ ପାଇନଥିଲେ। ପରେ ଏ ସମ୍ପର୍କରେ ଯୁବକଙ୍କୁ ପଚାରିବାକୁ ତାଙ୍କ ଘରକୁ ଯାଇଥିଲେ। ହେଲେ ସେ  କବାଟ ଖୋଲି ନଥିଲେ। ପରେ ଗ୍ରାମବାସୀଙ୍କ ସହଯୋଗରେ ପରିବାର ଲୋକେ ଯୁବକର ଘରେ ପଶିଥିଲେ। ସେଠାରେ ଝିଅର ମୃତଦେହ ପଡ଼ିଥିବା ଦେଖିଥିଲେ। ତେବେ ଯୁବକ ଜଣକ ନାବାଳିକାକୁ ବଳାତ୍କାର କରିବାପରେ ହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।  ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

Show More

Related Articles

Leave a Reply

Your email address will not be published. Required fields are marked *

Close
Close