ଆଞ୍ଚଲିକ

୧୧ ଜିଲ୍ଲାକୁ ବର୍ଷା ସହ ବଜ୍ରପାତ ଆଶଙ୍କା

ଭୁବନେଶ୍ୱର,୧୭/୧୦: ପାଣିପାଗ ବିଭାଗ ପକ୍ଷରୁ ଆଜି ଅପରାହ୍ଣ ୫ଟା ୩୦ ସୁଦ୍ଧା ରାଜ୍ୟର ୧୧ ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବା ନେଇ ଅନୁମାନ କରାଯାଇଛି। ଉକ୍ତ ଜିଲ୍ଲାଗୁଡ଼ିକ ହେଲା କେନ୍ଦ୍ରପଡା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ଗଞ୍ଜାମ, ଗଜପତି, ବାଲେଶ୍ୱର, ଯାଜପୁର, କେନ୍ଦୁଝର ଓ ଭଦ୍ରକ। ଏହି ସମସ୍ତ ଜିଲ୍ଲାକୁ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

Show More

Related Articles

Leave a Reply

Your email address will not be published. Required fields are marked *

Close
Close