ଦେଶ ବିଦେଶ

ଚିରନିଦ୍ରାରେ ସୁଷମା

ପୂର୍ବତନ ବୈଦେଶିକ ମନ୍ତ୍ରୀ ସୁଷମା ସ୍ୱରାଜଙ୍କ ୬୭ ବର୍ଷ ବୟସରେ ପରଲୋକ

ନୂଆଦିଲ୍ଲୀ,୭/୮: ବରିଷ୍ଠ ବିଜେପି ନେତ୍ରୀ ତଥା ପୂର୍ବତନ ବୈଦେଶିକ ମନ୍ତ୍ରୀ ସୁଷମା ସ୍ୱରାଜଙ୍କ ପରଲୋକ ହୋଇଯାଇଛି। ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ୬୭ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ହୃଦଘାତ କାରଣରୁ ତାଙ୍କର ଦେହାନ୍ତ ହୋଇଥିବା ଆଶଙ୍କା କରାଯାଉଛି। ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଦିଲ୍ଲୀ ସ୍ଥିତ ଏମ୍ସରେ ଭର୍ତ୍ତି କରାଯାଇଥିଲା। ତେବେ ଚିକିତ୍ସାଧୀନ ଅବସ୍ଥାରେ ସୁଷମା ସ୍ୱରାଜ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୋଦୀଙ୍କ ପ୍ରଥମ ସରକାରରେ ବୈଦେଶିକ ମନ୍ତ୍ରୀ ଭାବେ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ମନ୍ତ୍ରିମଣ୍ଡଳରେ ସେ କ୍ୟାବିନେଟ ମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇ ଥିଲେ। ଏଥିସହ ତାଙ୍କ କାର୍ଯ୍ୟ ପାଇଁ ଭାରତୀୟ ଏବଂ ପ୍ରବାସୀ ଭାରତୀୟଙ୍କ ମଧ୍ୟରେ ସେ ଖୁବ୍ ଲୋକପ୍ରିୟତା ହାସଲ କରିଥିଲେ।

Show More

Related Articles

Leave a Reply

Your email address will not be published. Required fields are marked *

Close
Close